ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଆଜି ଗୋଲାମୁଣ୍ଡା ବ୍ଲକ ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ଼ ଉପ-ଜିଲ୍ଲାପାଳ ବେଦ ଭୂଷଣ ,ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ,ବିଡିଓ ଶ୍ରୀଧର ପଣ୍ଡା, ତହସିଲଦାର ଅଶୋକ ପଟ୍ଟନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିବା ବେଳେ ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୭ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ଆସିଥିଲା, ସେଥି ମଧ୍ୟରୁ ଛଅ ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା । ଏହାପରେ ଜିଲ୍ଲାପାଳ ଗୋଲାମୁଣ୍ଡା ସ୍ଥିତ ଆଦର୍ଶ ବିଦ୍ୟାଳୟ , ମିଶନ ଶକ୍ତି ଗୃହ, ଯୁକ୍ତ ଦୁଇ ସର୍ବମଙ୍ଗଳା ଓ ଡିଗ୍ରି କଲେଜ , ମାନଝରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ ଓ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.