ଲାଞ୍ଜିଗଡ଼ରେ ମାତିଛନ୍ତି ଗଜରାଜ: ହାତୀପଲ ହାବୁଡ଼ରେ ପଡ଼ି ଜଣେ ବ୍ୟକ୍ତିଙ୍କ ଦୁଃଖଦ ମୃତ୍ୟୁ

ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ଦଳିଦେଲେ ହାତୀପଲ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ହାତୀପଲ ଦଳିଦେବାରୁ ଘଟଣାସ୍ଥଳରେ ହିଁ ଜଣେ ବ୍ୟକ୍ତିଙ୍କ ଦୁଃଖଦ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼ ବ୍ଲକ ବସନ୍ତପଡ଼ା ଗାଁର ବାଙ୍ଗରା ମାଝୀ(୫୪) । ସେ ଆଜି ସକାଳୁ ଗାଁ ନିକଟରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବାବେଳେ ହାତୀପଲଙ୍କ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ପଲ ଦଳିଦେବାରୁ ତାଙ୍କ ଶରୀର ସଂପୂର୍ଣ୍ଣ ଭାବେ ଖିନଭିନ ହୋଇଯାଇଛି । ଏ ସଂପର୍କରେ ଖବର ପାଇ ବସନ୍ତପଡ଼ା ସରପଞ୍ଚ ଚାଞ୍ଚେର ମାଝୀ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ବନ ବିଭାଗର କର୍ମଚାରୀମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି । ମୃତ ବାଙ୍ଗରାଙ୍କ ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ତାଙ୍କ ପରିବାରକୁ କ୍ଷତିପୂରଣ ରାଶି ଯୋଗାଇଦେବାକୁ ଦାବି ହେଉଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.