ମ.ରାମପୁରଠାରେ ଯୁଗ୍ମ ଜନଶୁଣାଣି ଶିବିର 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): ମ.ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ. ବିଶ୍ଵଜିତ ଦାସ, ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ବିଡିଓ ବିନୟ କୁମାର ଭୋଇ, ତହସିଲଦାର ଜ୍ୟୋସ୍ନା ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।‌‌ ଏହି ଜନ ଶୁଣାଣି ଶିବିରରେ ମୋଟ ୬୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଶିବିରରେ ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ବମକ ପଞ୍ଚାୟତ କୁଟିଗୁଡୁମ୍ ଗ୍ରାମର ବିମଳା ଭୋଇ ଙ୍କୁ ୫୦୦୦ ଟଙ୍କା ଓ ମ.ରାମପୁରର ରଞ୍ଜିତ ମାଝିଙ୍କୁ ୨୦,୦୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.