୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ ହେଲା ମୂଷାନାଳ ଉଚ୍ଚ ବିଦ୍ୟାଳୟ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଦ୍ବାରା ବିଭିନ୍ନ ବିଭାଗକୁ ଯୋଡ଼ାଯିବା ପରେ ଶିକ୍ଷା ବ୍ୟବସ୍ଥା ଓ ଭିତ୍ତିଭୂମିରେ ପରିବର୍ତ୍ତନ ପାଇଁ ହାଇସ୍କୁଲଗୁଡ଼ିକୁ ୫-ଟି ଦ୍ବାରା ରୂପାନ୍ତରଣ ହାତକୁ ନିଆଯାଇଛି । ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମର ତ୍ରୁତୀୟ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଏଥିରେ ଲାଞ୍ଜିଗଡ଼ ବ୍ଲକର ହାଇସ୍କୁଲଗୁଡ଼ିକ ସାମିଲ ହୋଇଛି । ଏହି କ୍ରମରେ ମୂଷାନାଳ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୫-ଟି ରୂପାନ୍ତରଣ ବୈଠକରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ, ମୂଷାନାଳ ସରପଞ୍ଚ ଯମୁନା ମାଝୀ, ପ୍ରଧାନଶିକ୍ଷକ ରାମଚନ୍ଦ୍ର ମଲ୍ଲିକ ପ୍ରମୁଖ ମଞ୍ଚାସୀନ ଥିଲେ । ଏଇ ଅବସରରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ, ବହୁ ସଂଖ୍ୟକ ଛାତ୍ରଛାତ୍ରୀ, ଅଭିଭାବକ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟାମାନେ ଉପସ୍ଥିତ ଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.