ଓଡ଼ିଆ ବାର୍ତ୍ତା/ ସୋନପୁର (ସର୍ଜନ କୁମାର ପାଣ୍ଡେ): ସୁବର୍ଣ୍ଣପୁରର ନୂତନ ଜିଲ୍ଲାପାଳ ହେଲେ ବିମଳେନ୍ଦୁ ରାଏ । ରାଜ୍ୟ ପୂର୍ତ୍ତ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ଶ୍ରୀ ରାଏଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁରରେ ଜିଲ୍ଲାପାଳ ଥିବା ଅବୋଲି ସୁନିଲ ନରବଣେଙ୍କ ଝାରସୁଗୁଡା ବଦଳି ପରେ ଏଠାରେ ଥିବା ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କୁ ଭାରପ୍ରାପ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଥିଲା । ବର୍ତ୍ତମାନ ବିମଳେନ୍ଦୁ ରାଏ ଏଠାରେ ଜିଲ୍ଲାପାଳ ଭାବରେ ନିଯୁକ୍ତ ହୋଇଛନ୍ତି ।