ଓଡ଼ିଆ ବାର୍ତ୍ତା/ ଭୁବନେଶ୍ବର: ବାହାନଗା ସିରିଜ ରେଳ ଦୁର୍ଘଟଣା ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁସେନା ହେଲିକପ୍ଟରରେ ଆସି ପହଞ୍ଚିଛନ୍ତି । ଏହି ଦୁର୍ଘଟଣାକୁ ନେଇ ଶୋକବ୍ୟକ୍ତ କରିବା ସହ ସମବେଦନା ଜଣାଇଛନ୍ତି। ଦୁର୍ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପାଇଁ ମୋଦି ସେଠାରେ ପହଞ୍ଚିଛନ୍ତି । ଦୁର୍ଘଟଣାସ୍ଥଳ ଅନୁଧ୍ୟାନ ପରେ କଟକ ଯିବାର ଯେଉଁ କାର୍ଯ୍ୟକ୍ରମ ଥିଲା ସେଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ମୋଦୀ ଆଉ କଟକ ନଯାଇ ବାଲେଶ୍ବର ବାହାନଗା ଦୁର୍ଘଟଣା ସ୍ଥଳରେ ସ୍ଥିତି ଅନୁଧ୍ୟାନ କରିବା ପରେ ବାଲେଶ୍ବର ମେଡିକାଲ ଯାଇ ଆହତମାନଙ୍କୁ ଭଟିବେ। ପରେ ପୁଣି କଲେଇକୁଣ୍ଡା ଫେରିଯିବେ ।
ବାଲେଶ୍ୱର ବାହାନଗାରେ ଗତ ରାତିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୬୧ ପହଞ୍ଚିଲାଣି । ଦକ୍ଷିଣ ପୂର୍ବ ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥିସହ ୯ଶହରୁ ଅଧିକ ଗୁରୁତର ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ବାଲେଶ୍ୱର, ଭଦ୍ରକ , ସୋରୋ, ଗୋପାଲପୁର ଏବଂ ଖନ୍ତାପଡାର ବିଭିନ୍ନ ହସପିଟାଲରେ ଆହତ ଯାତ୍ରୀଙ୍କ ଚିକିତ୍ସା ଚାଲିଛି ।
#WATCH | Prime Minister Narendra Modi arrives at the site of #BalasoreTrainAccident to take stock of the situation. #OdishaTrainAccident pic.twitter.com/MESRLfwnk2
— ANI (@ANI) June 3, 2023