ରେଳ ଦୁର୍ଘଟଣାରେ ମୃତ ଯାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଷ୍ଟେସନରେ ଶତାବ୍ଦୀର ଭୟଙ୍କର ଏବଂ ବଡ଼ ରେଳ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ୨୫୦ରୁ ଉର୍ଦ୍ଧ ରେଳ ଯାତ୍ରୀଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ଆଜି ସ୍ଥାନୀୟ ରାୟଗଡା ସହର ସ୍ଥିତ ମହାତ୍ମାଗାନ୍ଧୀ ପ୍ରମୋଦ ଉଦ୍ୟାନ ଠାରେ ରାୟଗଡା ବିଜେଡି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଆଦିବାସୀ କଲ୍ୟାଣ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ଶାରକା ଯୋଗ ଦେଇ କ୍ୟାଣ୍ଡେଲ ଜଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଆହତ ମାନେ ଶୀଘ୍ର ସୁସ୍ଥ ହେବ ପାଇଁ କାମନା କରିଛନ୍ତି | ଅନ୍ୟ ମାନଙ୍କ ମଧ୍ୟରେ ବିଜେଡି ଜିଲ୍ଲା ସଭାପତି ତଥା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଟା ସୁଧୀର ଦାସ, ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନୁସୂୟା ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ବତୀ ମାଝୀ, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ବରିଷ୍ଠ ସଂଗଠକ ଆଲ୍ଲା ଭେଙ୍କେଟେଶ୍ୱର ରାଓ କୋଣ୍ଡା ବାବୁଙ୍କ ସମେତ ବିଜେଡିର ବହୁ ମହିଳା ଓ ପୁରୁଷ କର୍ମୀ ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷମାନେ ଉପସ୍ଥିତ ରହି କ୍ୟାଣ୍ଡେଲ ଜଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ |

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.