ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ କଡ଼ା ତାଗିଦ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ନୂତନ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କୁ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସୋନପୁର ବ୍ଲକ ତରଫରୁ ସ୍ୱାଗତ କରାଯାଇଥିଲା l ପରେ ପରେ ରାଜ୍ୟର ବାଲେଶ୍ୱର ଜିଲ୍ଲାର ବାହାନଗା ଠାରେ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁର ଶିକାର ହୋଇଥିବା ବ୍ୟକ୍ତିବିଶେଷଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିବା ବେଳେ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରାଯାଇଥିଲା l ଜିଲ୍ଲାପାଳ ଶ୍ରୀଯୁକ୍ତ ରାୟ ଉପସ୍ଥିତ ଜିଲ୍ଲା ଅଧିକାରୀଙ୍କୁ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆନ୍ତରିକତାର ସହ ଜନସାଧାରଙ୍କୁ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ସୁଯୋଗକୁ ନିଶ୍ଚିତ ଉପଲବ୍ଧ କରାଇବା ସହିତ ଜିଲ୍ଲାର ସୀମାନ୍ତ ଅଞ୍ଚଳର ଶେଷବ୍ୟକ୍ତି ମଧ୍ୟ ଯେପରି ଉପକୃତ ହେବ ସେଥିପାଇଁ କାର୍ଯ୍ୟକ୍ରମକୁ ଆହ୍ୱାନ ଭାବେ ଗ୍ରହଣ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ l ଜନସାଧାରଣଙ୍କ ନିମନ୍ତେ ଉଦ୍ଧିଷ୍ଟ ଯୋଜନାର ସଫଳ ରୂପାୟନ ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ କରି କୌଣସି ସରକାରୀ ଅଧିକାରୀ ଅଥବା କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ତାଗିଦ କରିଛନ୍ତି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର  ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଆୟୋଜିତ ଉକ୍ତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଗ୍ରାମ୍ୟ ପାନୀୟଜଳ ଯୋଗାଣ ଇଂ. ବିଭୂପ୍ରସାଦ ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଳା ମତ୍ସ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଉପ ନିର୍ଦ୍ଦେଶକ ଉଦ୍ୟାନ କୃଷି ହୃଷିକେଶ ଦାଶ, ଜିଲ୍ଲା ସଂଯୋଜକ ମିଶନଶକ୍ତି କାର୍ତ୍ତିକ ନାଏକ, ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲା ଶ୍ରମ ବିଭାଗ ଦ୍ୱାରା ଜିଲ୍ଲା ପରିକ୍ରମା ପାଇଁ ପ୍ରସ୍ତୁତ ଏକ ସଚେତନତା ରଥ ଓ ସୋନପୁର ବ୍ଲକ ତରଫରୁ ମୋ ଘର ଯୋଜନା ନିମନ୍ତେ ପ୍ରସ୍ତୁତ ବ୍ଲକ ପରିକ୍ରମା ରଥକୁ ଜିଲ୍ଲାପାଳ ଶ୍ରୀ ରାୟ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା, ସିଡିଓ ଜିଲ୍ଲାପରିଷଦ ଶ୍ରୀ କଁହର ତଥା ବିଭାଗୀୟ ଅଧିକାରୀ କର୍ମଚାରୀଙ୍କ ଉପସ୍ଥିତିରେ ଶୁଭାରମ୍ଭ କରିଛନ୍ତି l

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.