ଟ୍ରେନ ଦୁର୍ଘଟଣାରେ ଚିହ୍ନଟ ମୃତକଙ୍କୁ ଅନୁକମ୍ପା ରାଶି ପ୍ରଦାନ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପାଇଁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର I ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି। ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡ଼ିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.