ୱାଗନରେ ଚାପିହୋଇ ୬ ରେଳ ଶ୍ରମିକଙ୍କ ମୃତ୍ୟୁ; ଶୋକ ପ୍ରକାଶ ସହିତ ୫ ଲକ୍ଷ ଲେଖାଏଁ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ବର: ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତ I ଏହି ଦୁର୍ଘଟଣାରେ ଆହତ ଦୁଇ ଜଣଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.