ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି

ଜୁନ ୧୩ ଯାଏ ହିଟୱେଭ୍ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (ନିଲେଶ କୁମାର ନାଗ): ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି । ସନ୍ତୁଳି ହେଉଛି ଓଡ଼ିଶା । ଏଭଳି ସ୍ଥିତି ଆଉ ୩ ଦିନ ଲାଗି ରହିବ । ୩ ଦିନ ପରେ ତାପମାତ୍ରା ସାମାନ୍ୟ ଖସିବ । ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୬ ଡିଗ୍ରୀ ଯାଏ ଅଧିକ ରହିବ । ଆଜି ହିଟୱେଭ୍ ନେଇ ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କେନ୍ଦୁଜର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ସୁନ୍ଦରଗଡ଼, ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.