ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

୫୨ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୨ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ଗୋଟି ଗ୍ରହଣ କରାଯାଇଥିବା ବେଳେ ୨୦ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୧୧ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ସହାୟତା ପାଇଁ ୨ଗୋଟି ଦରଖାସ୍ତ ଗ୍ରହଣ କରାଯାଇଛି I

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଶିବିରରେ କଳାପଥର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମଭାଲୁ ପାଲି ଗ୍ରାମର ଭିନ୍ନକ୍ଷମ ଗୌତମ ରଣାଙ୍କୁ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ତରଫରୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା l ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଏସଡିପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଏଡିଏମ ଓ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.