‌ଓଏସ୍ଇଏଫଡ଼ି ଖୋର୍ଦ୍ଧା ଜିଲ୍ଲା ଶାଖାର ସାଂଗଠନିକ ବୈଠକ

ଓଡ଼ିଆ ବାର୍ତ୍ତା/ ବୋଲଗଡ଼: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ନିମନ୍ତେ ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲାର ବୈଠକ ଆଜି ବୋଲଗଡ଼ ଠାରେ ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ କୋଷାଧ୍ୟକ୍ଷ ‌ରୌପ୍ୟରଂଜନ‌ ସାମନ୍ତରାୟ, ରାଜ୍ୟ ‌ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, ଜିଲ୍ଲା ଯୁଗ୍ମ ସମ୍ପାଦକ ଅଶ୍ବିନୀ ମୁଦୁଲି, ସଂଗଠକ ଜ୍ୟୋତିରଂଜନ ବଳିୟାରସିଂହ ପ୍ରମୁଖ ଯୋଗଦେଇ ‌ଜିଲ୍ଲାରେ ସଂଗଠନକୁ ମଜଭୁତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାସହ ପ୍ରତି ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ମାନ୍ୟବର ସୁପ୍ରିମକୋର୍ଟ ନିର୍ଦ୍ଦେଶ ‌‌ଦେଇଛନ୍ତି ।‌ ସେହି ଅନୁସାରେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିବେଦନ କରାଯାଇଥିଲା । ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀର ମଧ୍ୟ ଅନ୍ୟ ମାନଙ୍କ ଭଳି ଶିକ୍ଷା ପାଇବାର ପୂର୍ଣ୍ଣ ଅଧିକାର ରହିଛି । ଏଣୁ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ପାଇଁ ଶୀଘ୍ର ବିଜ୍ଞପ୍ତି ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯାଇଛି ।‌‌ ଏହି ନିଯୁକ୍ତି କରାଗଲେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଉପଯୁକ୍ତ ଶିକ୍ଷା ଗ୍ରହଣ କରିପାରି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇପାରିବା ସହ ଓଡ଼ିଶାର ୬୦୦୦ ରୁ ଅଧିକ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ  ଉପକୃତ ହୋଇପାରିବେ । ଉକ୍ତ ବୈଠକରେ‌ ଲୋକଜିତ ପରିଡ଼ା, ସନ୍ତୋଷ ପରିଡ଼ା, ସବନମ‌ ବେଗମ, ଅଭିଜିତ ଦାଶ, ପିନାରାଣୀ ବିଷୋୟୀ, ମନସ୍ବିନୀ ଦାଶ, ସ୍ୱାଗତିକା ପ୍ରଧାନ, ସୁରଭି ‌ପଣ୍ଡା, ଦେବଜାନୀ ବେହେରାଙ୍କ ସମେତ ବହୁ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀଗଣ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.