ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଳକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୂଚରିତା ମୁଗ୍ରୀ, ତହସିଲଦାର ମିଲନ କୁମାର ଝାଙ୍କରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଜନ ଶୁଣାଣି ଶିବିରରେ ମୋଟ ୧୧୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ଅଏନ କୁମାରଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.