ଗହଳି ଲଗାଇ ଆସିଲେ କାଳିଆ ଠାକୁର; ସରିଲା ପହଣ୍ଡି, ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ଓଡ଼ିଆ ବାର୍ତ୍ତା/ ପୁରୀ: ଶେଷ ହେଲା ଠାକୁରମାନଙ୍କ ପହଣ୍ଡି ବିଜେ । ରଥା ରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି । ଛେରା ପହଁରା କରିବେ ଗଜପତି ମହାରାଜା । ଫିଟିବ ଚାରମାଳ । ଯୋଚା ହେବେ ଘୋଡ଼ା । ପରେ ରଥକୁ ଟାଣି ନେବେ ଭକ୍ତ । ଗଡ଼ିବ ତିନି ରଥ । ଆଜି ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ତାପରେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ଏହାପରେ ଦେବୀ ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀର ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା । ଗହଳି ଲଗେଇ ଆସିଥିଲେ  କାଳିଆ ଗୋସାଇଁ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

କାଳିଆ ଠାକୁରଙ୍କ ପହଣ୍ଡି ସରିବା ପରେ ତିନି ରଥରେ ଶୋଭା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଦେବଦଳନ ରଥରେ ଶ୍ରୀସୁଦର୍ଶନ ଓ ଦେବୀ ସୁଭଦ୍ରା, ତାଳଧ୍ବଜ ରଥରେ ଶ୍ରୀବଳଦେବ, ନନ୍ଦିଘୋଷ ରଥରେ ଶ୍ରୀଜଗନ୍ନାଥ ବିରାଜମାନ ହୋଇଛନ୍ତି । ଅପରାହ୍ନ ସାଢ଼େ ୧୨ଟାରୁ ଗୋଟାଏ ଭିତରେ ମଦନମୋହନ, ଶ୍ରୀରାମ ଓ ଶ୍ରୀକୃଷ୍ଣ ରଥକୁ ବିଜେ କରିବେ । ସାଢ଼େ ଗୋଟାଏରୁ ୨ଟା ଭିତରେ ଚିତା ଲାଗି, ସାଢ଼େ ୧ଟାରୁ ସାଢ଼େ ୨ଟା ଭିତରେ ବେଶ ଶେଷ ପରେ ସାଢ଼େ ୨ଟାରୁ ଛେରାପହଁରା ଆରମ୍ଭ ହେବ ।

Udyog Nursery
Udyogi Nursery

ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ । ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ । ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନିରଥ ପହଞ୍ଚିବା ପରେ ରଥ ଉପରେ ନୀତିକାନ୍ତି ଅନୁଷ୍ଠିତ ହେବ । ପରଦିନ ଶ୍ରୀଜିଉଙ୍କ ଶ୍ରୀଗୁଣ୍ଡିଚା ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.