ଓଡ଼ିଆ ବାର୍ତ୍ତା/ ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ଜାରି ରହିଛି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ହଟିଆ ନାଗର ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭକ୍ତମାନେ ଶରଧାବାଲି ଅଭିମୁଖେ ଟାଣି ନେଉଛନ୍ତି। ବଡ଼ଦାଣ୍ଡରେ ଆଜି ଅପରାହ୍ନ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଥିଲା। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ଟାଣିବା ଆରମ୍ଭ କରିଦେଇଥିଲେ। ଏହା ପରେ ଅପରାହ୍ନ ୩ଟା ୫୫ ମିନିଟରେ ଦର୍ପଦଳନ ରଥ ଓ ଶେଷରେ ନନ୍ଦିଘୋଷ ରଥ ଗଡିଥିଲା। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି। ଭକ୍ତମାନେ ଶ୍ରଦ୍ଧାର ସହିତ ତିନି ରଥକୁ ଟାଣି ନେଉଛନ୍ତି।






