ଆଜି କଳାହାଣ୍ଡି ଆସୁଛନ୍ତି ଜେପି ନଡ୍ଡା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଆଜି କଳାହାଣ୍ଡି ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭବାନୀପାଟଣା ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ହେବାକୁ ଥିବା ସେବା ଓ ସୁଶାସନକୁ ନେଇ ଜନ ସମ୍ପର୍କ କାର୍ଯ୍ୟକ୍ରମରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଅବସରରେ ସେ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧନ କରିବେ। କେନ୍ଦ୍ରରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ସାରା ଭାରତରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମ ଜାରି ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.