ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ଗୋଛାଡେଙ୍ଗେନ ଗ୍ରାମ ପଞ୍ଚାୟତ ବେଲୁର ଗ୍ରାମର ଜଣେ ବ୍ୟକ୍ତି ଭାଲୁ ଆକ୍ରମଣ ଶିକାର ହେଇଥିବା ଜଣାଯାଇଛି। ସୂଚନା ମୁତାବକ ବେଲୁର ଗ୍ରାମର ଗଗନ ଭୋଇ (୫୨) ନିଜ ଜମିରେ ହଳ କରି ସାରିବା ପରେ ନିକଟରେ ଥିବା ଜଙ୍ଗଲକୁ ଗୁଞ୍ଜେର ଶାଗ ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣ ର ଶିକାର ହୋଇଥିଲେ। ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।