ଓଡ଼ିଆ ବାର୍ତ୍ତା/ କନ୍ଧମାଳ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇ ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ କ.ନୂଆଗାଁ ଥାନା ରାଜଘରା ଗ୍ରାମର ସୁବେରସିଂ ପ୍ରଧାନଙ୍କ ପୁଅ ଆଡଭାନସିଂ ପ୍ରଧାନ ବୋଲି ଜଣାପଡିଛି । ସୂଚନା ପ୍ରକାରେ ରବିବାର ସକାଳେ ରାଜଘରା ଗ୍ରାମର ଦୁଇ ଯୁବକ ଆଡଭାନସିଂ ପ୍ରଧାନ ଓ ଦିନେଶ କୁମାର ପ୍ରଧାନ ଏକ ମୋଟର ସାଇକେଲରେ କୌଣସି ଏକ କାମରେ ଯାଉଥିବା ବେଳେ ୫୯ ନଂ ଜାତୀୟ ରାଜପଥ ଜକିକିଆ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେ । ଖବର ପାଇ ସେହି ଅଞ୍ଚଳର ଯୁବ ସମାଜସେବୀ ଅରୁଣ ନାୟକ ନିଜ ଅଟୋ ସାହାଯ୍ୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଡ଼ାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆଡଭାନସିଂ ପ୍ରଧାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିନେଶ କୁମାର ପ୍ରଧାନ ଚିକିତ୍ସିତ ହେଉଥିବା ଜଣାପଡିଛି ।