ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ଡିଗ୍ରୀ ମହା ବିଦ୍ୟାଳୟରେ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ନର୍ଲା ସ୍ଥିତ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଠାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ପ୍ରସାଦ ନାୟକ ଙ୍କ ଅଧ୍ୟକ୍ଷ ତାରେ ବନମହୋତ୍ସବ ପାଳନ କରାଯାଇଛି । କାର୍ଯ୍ୟକ୍ରମ ଅଧିକାରୀ ସୁଶାନ୍ତ କୁମାର ସାହୁ, ଅଧ୍ୟାପିକା ବାସନ୍ତୀ ସାହୁ ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ସ୍ନେହା ଅଗ୍ରୱାଲ, ଭୀମ ଗଉଡ, ଭୋଲାନାଥ ମାଝୀ, ଲମ୍ବୋଦର ପଧାନ ସମେତ ମହାବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟ ପରିସରରେ ବୃ୍କ୍ଷରୋପଣ କରାଯାଇଥିଲା।