ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନରେ ଗୁରୁପୂର୍ଣ୍ଣିମା ପାଳିତ

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ଶିବ ନାରାୟଣ ଗୈାଡ): ଗୁରୁପୂର୍ଣ୍ଣିମା ପର୍ବ ପ୍ରତ୍ଯେକ ବର୍ଷ ଆଷାଢ ମାସର ପୂର୍ଣ୍ଣିମା ଦିନ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଗୁରୁଙ୍କୁ ଈଶ୍ବରଙ୍କ ଠାରୁ ଶ୍ରେଷ୍ଠ ବୋଲି କୁହାଯାଇଥାଏ। ଏହି ପରିପରେକ୍ଷୀରେ ରାୟଗଡ଼ା ସହର ଉପଖଣ୍ଡ ପିତାମହଲ ସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପତାଞ୍ଜଳି ଯୋଗ ଆଚାର୍ଯ୍ୟ ଶ୍ରୀମାନ ରାଜେଶ ଯୋଗୋଦେଇ ପୌରାଣିକ ସମୟର ବିଭିନ୍ନ ଗୁରୁଙ୍କ ବିଷୟରେ ଆଲୋକପାତ କରିବା ସହ ହୋମ ଯଜ୍ଞ କରି ସମସ୍ତଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ରାଧାକୃଷ୍ଣ ମହାପାତ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଗୁରୁ ଓ ଶିଷ୍ୟଙ୍କ ସମ୍ପର୍କ ବିଷୟରେ ଛାତ୍ରଛାତ୍ରଙ୍କୁ ଉଦବୋଧନ ଦେଇଥିଲେ। ସେହପରି ସେଞ୍ଚୁରିଅନ ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ରାଜେଶ କୁମାର ପାଢ଼ୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଗୁରୁପୂର୍ଣ୍ଣିମାର ମହତ୍ତ୍ଵ ଓ ଜୀବନରେ ଗୁରୁଙ୍କ ଆବଶ୍ୟତା ସମ୍ପର୍କରେ ଛାତ୍ରଛାତ୍ରଙ୍କୁ ଅଭିଭାଷଣ ପ୍ରଦାନ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.