ଅବସରପ୍ରାପ୍ତ ଏବିଇଓଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଗୋହିରାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଦର୍ଶନ ମହାନ୍ତିଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସାନ୍ତପୁରର ପୂର୍ବତନ ସରପଞ୍ଚ ଟିକେଧର ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଉକ୍ତ ସମାରୋହରେ କେଶପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରି ଅର୍ଜୁନ ସିଂହ, ଘଣ୍ଟମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତ୍ରିବିକ୍ରମ ଷଡ଼ଙ୍ଗୀ, ମାଢେଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୁରୁଷୋତ୍ତମ ସାହୁ, ସମାଜସେବୀ ଖୁଲୁରାମ ସାହୁ ପ୍ରମୁଖ ଉପସ୍ଥିତ ରହି ଅବସରପ୍ରାପ୍ତ ଏବିଇଓ ଶ୍ରୀ ମହାନ୍ତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ନର୍ଲା ଏବିଇଓ ଥିବା ସମୟରେ ସୁଦର୍ଶନ ମହାନ୍ତିଙ୍କ କାର୍ଯ୍ୟଦକ୍ଷତା ଓ ମୂଲ୍ୟବୋଧ ଉପରେ ଉପସ୍ଥିତ ଅତିଥିମାନେ ଆଲୋକପାତ କରିଥିଲେ। ପୂର୍ବତନ ସିଆରସିସି ଡିସିଲାଲ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଗୋହିରାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ସରୋଜିନୀ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବୁରାଟ କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.