ଓଡ଼ିଆମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଓଡ଼ିଆ ମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ଭାବେ ସ୍କୁଲ ପରିଚାଳନା କମିଟି ସଭାପତି ରାଧେଶ୍ୟାମ ଵାଗ ଯୋଗଦାନ କରି ରାଜ୍ୟ ସରକାର ସମସ୍ତେ ପଢିବେ ସ୍ଲୋଗାନ ଦେଇ ଏହାକୁ କେମିତି ଫଳପ୍ରଦ କରୁଛନ୍ତି ସେ ବିଷୟରେ ମାର୍ଗଦର୍ଶନ ଦେଇଥିଲେ। ଅନ୍ୟ ଅତିଥୁ ମାନଙ୍କ ମଧ୍ୟରେ ପ୍ରଧାନ ଶିକ୍ଷକ ଶରତ ବାରିକ, ସମିର କୁମାର ପତି, ରାକେଶ କୁମାର, ସଂଜୀଵ ରଣା, ସ୍କୁଲ ସଦସ୍ୟ ଦେବାର୍ଚ୍ଚନ ସାହୁ, ସୁବାସ ସାହୁ, ନରସିଂହ ପୋଡ, ସବତା ସାହୁ ପ୍ରମୁଖ ମଞ୍ଚସୀନ ରହି ମାର୍ଗଦର୍ଶନ ଦେବା ସହ ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆ ଯାଇଥିବା ମାଗଣା ସ୍କୁଲ ୟୁନିଫର୍ମ ବଣ୍ଟନ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶରତ ବାରିକ କାର୍ଯ୍ୟକ୍ରମ ସଂଚାଳନ କରିଥିବାବେଳେ ସ୍କୁଲ ପରିଚାଳନା କମିଟି ସଦସ୍ୟମାନେ  ପୋଷାକ ବଣ୍ଟନରେ ସହଯୋଗ କରିଥିଲେ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ/ସଦସ୍ୟା ଉପସ୍ଥିତ ଥିଲେ। ବିଦ୍ୟାଳୟର ୮୦ଜଣ ଛାତ୍ରଛାତ୍ରୀ ମାନଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ପ୍ରଦାନ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.