ଆଜିଠାରୁ ଆସନ୍ତା ଅଗଷ୍ଟ ୬ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ ସାମ୍ବାଦିକ
ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଭାସୀ ମାଧ୍ୟମରେ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନଲାଇନ ୱେବ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି l ଆଜିଠାରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ଅନୁମୋଦିତ ସମସ୍ତ ଛପା ଗଣମାଧ୍ୟମ, ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ମାନେ ଅନଲାଇନ ମାଧ୍ୟମରେ ସ୍ୱାସ୍ଥ୍ୟ ବୀମା ନିମନ୍ତେ ଆବେଦନ କରିବେ l ସରକାରଙ୍କ ତରଫରୁ ନବୀକରଣ ତଥା ନୂତନ ଭାବେ ଆବେଦନ କରିବା ପାଇଁ ଆଜିଠାରୁ ଅନଲାଇନ ମାଧ୍ୟମରେ ଦରଖାସ୍ତ ଆହ୍ଵାନ ପ୍ରକ୍ରିୟା ଆରମ୍ଭ ହୋଇଛି
ବୋଲି ଆଜି ରାୟଗଡା ଜିଲ୍ଲାରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ସୂଚନା ଦେଇଛନ୍ତି | ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସମ୍ମିଳନୀ କକ୍ଷରେ ଏହି ୱେବ ପୋର୍ଟାଲ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା ଯୋଗ ଦେଇଥିଲେ | ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଆବେଦନ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ମାସ ସାତ ତାରିଖ ପର୍ଯ୍ୟନ୍ତ ଗୋଟିଏ ମାସ ଧରି ଚାଲିବ ଏବଂ ପୋର୍ଟାଲ ଆପେ ବନ୍ଦ ହୋଇଯିବ l ସୂଚନା ଓ ଲୋକସମ୍ପର୍କ ବିଭlଗ ଦ୍ୱାରା ଅନୁମୋଦିତ ଗଣମାଧ୍ୟମର ପ୍ରତିନିଧି ମାନେ ନିଜେ ନିଜେ ଦରଖାସ୍ତ ଅନ ଲାଇନରେ ଦାଖଲ କରିବେ ଏବଂ ଏଥି ନିମନ୍ତେ ଆଧାର କାର୍ଡ, ଭୋଟର ପରିଚୟ ପତ୍ର, ଜନ୍ମ ପ୍ରମାଣ ପତ୍ର, ଶିକ୍ଷାଗତ ପ୍ରମାଣ ପତ୍ର, ମିଡ଼ିଆ ହାଉସରୁ ଅଥରାଇସନ ଲେଟର, ନବିକୃତ ପ୍ରେସ ପରିଚୟ ପତ୍ର, ଆଦି ଅପଲୋଡ଼ କରିବେ ବୋଲି ଡିଆଇପିଆରଓ ଶ୍ରୀ ପ୍ରଧାନ ସୂଚନା ଦେବା ସହ କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ‘ଓଡ଼ିଶା କର୍ମଜୀବୀ ସାମ୍ବାଦିକ କଲ୍ୟାଣ ଯୋଜନା’ ଅଧୀନରେ ତାଙ୍କ ଆଇନଗତ ଉତ୍ତରାଧିକାରୀଙ୍କୁ ୪ ଲକ୍ଷ ଟଙ୍କା ଏବଂ ସ୍ଥାୟୀ ଅକ୍ଷମ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯାଇଥାଏ। ଏଭଳି କ୍ଷେତ୍ରରେ ଯୋଗ୍ୟ ଆବେଦନକାରୀ ସୂଚନା ଓ ଲୋକସମ୍ପର୍କ ବିଭାଗପକ୍ଷରୁ ଆର୍ଥିକ ସହାୟତା ପାଇଁ ଅନଲାଇନରେ ଆବେଦନ କରିପାରିବେ ବୋଲି ମଧ୍ୟ କହିଛନ୍ତି| ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଭିନ୍ନ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ |