ସୁବର୍ଣ୍ଣପୁର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୭୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ 

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି, ସାମୁହିକ ଦରଖାସ୍ତ ୧୦ ଗୋଟି ଗ୍ରହଣ କରାଯାଇ ଥିବାବେଳେ ଶିବିରରେ ୫୪ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଛି l ଗ୍ରହଣ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସୁବର୍ଣ୍ଣପୁର ଶ୍ରୀ ନିହାର ରଞ୍ଜନ କଁହର,  ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଡୁଙ୍ଗୁରିପାଲି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଅହଲ୍ୟା ସାହୁ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଶ୍ରମ ଉପ ନିର୍ଦେଶକ ଡିଲେଶ୍ୱର ଖାଖା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର ରାମପୁର ଶ୍ରୀ ପୁରୁଷୋତ୍ତମ ମିର୍ଦ୍ଧା, ବ୍ଲକ ସ୍ତରୀୟ କର୍ମଚାରୀ, ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦାନ କରିଥିଲେ l

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.