ଦୁଇ ଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ ଉଦଘାଟନ କଲେ ରାଷ୍ଟ୍ରପତି

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: ଦୁଇ ଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’କୁ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀ ମାନଙ୍କର ଚରିତ୍ର ନିର୍ମାଣକୁ ପ୍ରାଥମିକତା ଦିଆଯିବା ଉଚିତ୍। ସେମାନଙ୍କୁ ନୈତିକତା, ସମ୍ବେଦନଶୀଳତା ଏବଂ ପରୋପକାର ତଥା ଭାରତୀୟ ମୂଲ୍ୟବୋଧ ଆଧାରରେ ଶିକ୍ଷାର ଉପଯୋଗ କରିବା ପାଇଁ ସମର୍ଥ କରିବାକୁ ମଙ୍ଗଳବାର ରାଷ୍ଟ୍ରପତି ଭବନଠାରେ ଅନୁଷ୍ଠିତ ଦୁଇ ଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’ର ଉଦଘାଟନ ସମାରୋହରେ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଉଦଘାଟନ ସମାରୋହରେ ଯୋଗଦେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ଶିକ୍ଷାବିତ ମାନଙ୍କୁ ମାର୍ଗଦର୍ଶନ ନିମନ୍ତେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାବ୍ୟତିତ ସେ କହିଛନ୍ତି ଯେ ଆଗାମୀ ୨୫ ବର୍ଷ ଆମ ସମସ୍ତଙ୍କ ପାଇଁ ମହତ୍ତ୍ୱପୂର୍ଣ୍ଣ। ଆଗାମୀ ୨୫ ରୁ ୩୦ ବର୍ଷ ମଧ୍ୟରେ ଭାରତ ବିଶ୍ୱଗୁରୁ ହେବା ପାଇଁ ଯାଉଛି। ଭାରତ ବିଶ୍ୱର ଜ୍ଞାନର ମହାଶକ୍ତି ହେବା ଦିଗରେ ମଧ୍ୟ ଗତି କରୁଛି। ସେ ଆହୁରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ରାଷ୍ଟ୍ରୀୟ ଶିକ୍ଷା ନୀତିରେ ରୂପ ଦିଆଯାଇଛି। ବିଗତ ଜାତୀୟ ଶିକ୍ଷା ନୀତିରେ ଅନେକ ପଦକ୍ଷେପ ନିଆଯାଇଛି। ଭାରତରେ ପ୍ରଥମଥର ପାଇଁ ୩ ବର୍ଷ ପିଲାଙ୍କୁ ସାଧାରଣ ଶିକ୍ଷାରେ ଯୋଡା ଯାଉଛି। ବାଲବାଟିକା ୧, ୨, ୩ ଏବଂ ଶ୍ରେଣୀ ପ୍ରଥମ ଓ ଦ୍ୱିତୀୟର ଶିକ୍ଷା ପାଠ୍ୟକ୍ରମ ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହୋଇସାରିଛି। ନ୍ୟାସନାଲ କରିକୁଲମ ଫ୍ରେମୱାର୍କ ସାର୍ବଜନୀନ ହେବାକୁ ଯାଉଛି। ଆଗାମୀ ପ୍ରାୟ ଦୁଇ ବର୍ଷ ଭିତରେ ଦ୍ୱାଦଶ ପର୍ଯ୍ୟନ୍ତ ସେ ସବୁକୁ ପୁସ୍ତକରେ ରୂପାନ୍ତରିତ କରାଯିବ। ପ୍ରଧାନମନ୍ତ୍ରୀ କହିବାନୁସାରେ ଏକବିଂଶ ଶତାବ୍ଦୀର ତୃତୀୟ ଦଶକ ଭାରତ ପାଇଁ ବହୁତ ମହତ୍ୱପୂର୍ଣ୍ଣ ରହିଛି। ଏହି ଦଶକର ଅନେକ ନିର୍ଣ୍ଣୟ ବିଗତ ୧୦୦ ବର୍ଷକୁ ପ୍ରଭାବିତ କରିଛି। ଦେଶକୁ ସ୍ୱାଧୀନତା ମିଳିବା ସହ ଭାରତର ସମ୍ବିଧାନ ପ୍ରଣୟନ ହେଲା। ଦେଶରେ ଅନେକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହେଲା। ଆଇଆଇଟି, ଏନଆଇଟି, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ଅନେକ ଉତ୍କର୍ଷ କେନ୍ଦ୍ର ଆଜି ଭାରତରେ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅନେକ ଅନୁଷ୍ଠାନର କ୍ୟାମ୍ପସ ବିଦେଶରେ ପ୍ରତିଷ୍ଠା ହେବା ପାଇଁ ଯାଉଛି। ଏହି ପ୍ରବାସ ବାସ୍ତବରେ ବୈଶ୍ୱିକ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.