ଦୁଷ୍କର୍ମ ଅଭିଯୋଗ, ଶିକ୍ଷକଙ୍କୁ କୋର୍ଟ ଚାଲାଣ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଆମପାଣି ଥାନା ଅଞ୍ଚଳର ଏକ ନିର୍ଦ୍ଧିଷ୍ଟ ବିଦ୍ୟାଳୟର ଜଣେ ଶିକ୍ଷକ ଦୁଷ୍କର୍ମ ଅଭିଯୋଗରେ କୋର୍ଟ ଚାଲାଣ ହୋଇଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଥାନା ଅଞ୍ଚଳର ଜଣେ ବିବାହିତା ମହିଳା ସମ୍ପୃକ୍ତ ଶିକ୍ଷକଙ୍କ ବିରୁଦ୍ଧରେ ଆମପାଣି ଥାନାରେ ଅଭିଯୋଗ କରିଥିବା ସୂଚନା ମିଳିଛି। ଶିକ୍ଷକ ଜଣକ ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅଞ୍ଚଳର ସତ୍ୟାନନ୍ଦ ନାହକ ବୋଲି ସୂଚନା ମିଳିଛି। ସେ ଆମପାଣି ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଶିକ୍ଷକ ଭାବରେ କାର୍ଯ୍ୟରତ ରହିଛନ୍ତି। ଦୁଷ୍କର୍ମ ଅଭିଯୋଗ ହେବାପରେ ଆମପାଣି ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଚଲାଇଥିଲେ। ଏନେଇ ଥାନାରେ ଏକ ମାମଲା ରୁଜୁ କରି ଆଜି ଶିକ୍ଷକ ସତ୍ୟାନନ୍ଦକୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.