ଯୋଡାବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଉତ୍ସବ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଯୋଡାବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇ, ଅତିରିକ୍ତ ଶିକ୍ଷା ଅଧିକାରୀ ସୁଢଳ ଦେବ ମୁଣ୍ଡ ଓ ଦ୍ରୋଣ ରଣା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତିଳୋତ୍ତମା ଦଳାଇଙ୍କ ତତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସିଆରସିସି ସୌଭଗ୍ୟ ରଞ୍ଜନ ସାହୁ, ଭାରତ ଭୂଷଣ ସାହୁ, ତପନ କୁମାର ଭୋଇ, ବିଦ୍ୟାଳୟ ପରିଚାଳନା ସଭାପତି ବାଲାଜୀ ପାତ୍ରଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ/ସଦସ୍ୟା ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.