ସୁବର୍ଣ୍ଣପୁରଠାରେ ବିଶ୍ୱ ଯୁବ ଦକ୍ଷତା ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ଠାରେ “ବିଶ୍ୱ ଯୁବ ଦକ୍ଷତା ଦିବସ” ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତ ସିଂହ ଏବଂ RSETI ର ନିର୍ଦ୍ଦେଶକ ଅର୍ଜୁନ ଟୁଡୁ ଅନ୍ୟତମ ଅତିଥି ଭାବରେ ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ମାନେ ଅଂଶଗ୍ରହଣ କରିଥିଲେ l ଜିଲ୍ଲା ନିୟୋଜନ ଅଧିକାରୀ ସଞ୍ଜୁ କୁମାରୀ ସାହୁ ସଭା ପରିଚାଳନା କରିଥିଲେ l ସକାଳ ୧୦ ଘଣ୍ଟା ସମୟ ରେ ଏକ ରୋଡ଼ ଶୋ ର ଆୟୋଜନ କରାଯାଇଥିଲା l ଏଥିରେ ମହାରାଜା ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସୋନପୁର ର ଛାତ୍ର ଛାତ୍ରୀ ମାନେ ଅଂଶ ଗ୍ରହଣ କରି ସହର ପରିକ୍ରମା କରିଥିଲେ l ବିଶ୍ୱ ଯୁବ ଦକ୍ଷତା ଉପଲକ୍ଷେ ପ୍ରବନ୍ଧ, ବକ୍ତୃତା, ତର୍କ ଏବଂ କୁଇଜ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା l ଉକ୍ତ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଶେଷରେ ଜିଲ୍ଲା ନିୟୋଜନ ଅଧିକାରୀ ସଞ୍ଜୁ କୁମାରୀ ସାହୁ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.