କିଲୋ ପିଛା ୬୦ ଟଙ୍କାରେ କେନ୍ଦ୍ର ବିକ୍ରି କରିବ ସବସିଡି ଡାଲି, ବଜାରକୁ ଆସିଲା ‘ଭାରତ୍‌ ଡାଲ୍‌’

ଓଡ଼ିଆ ବାର୍ତ୍ତା/ ନୂଆଦିଲ୍ଲୀ: କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ବୟନ, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରୀ  ପୀୟୂଷ ଗୋୟଲ ‘ଭାରତ ଡାଲ୍‌’ ବ୍ରାଣ୍ଡ ନାମରେ ସବସିଡିଯୁକ୍ତ ଚଣା ବା ବୁଟ ଡାଲି ବିକ୍ରିର ଶୁଭାରମ୍ଭ କରିଛନ୍ତି । କିଲୋପ୍ରତି ୬୦ ଟଙ୍କା ଦରରେ ଗୋଟିଏ କିଲୋଗ୍ରାମ ପ୍ୟାକେଟ୍‌ ବିକ୍ରି କରାଯିବ ଏବଂ କିଲୋପ୍ରତି ୫୫ ଟଙ୍କା ଦରରେ ୩୦ କିଲୋଗ୍ରାମ ପ୍ୟାକେଟ୍‌ ବିକ୍ରି କରାଯିବ । ଦିଲ୍ଲୀ-ଏନସିଆରରେ ଜାତୀୟ କୃଷି ସମବାୟ ବିପଣନ ମହାସଂଘର (ନାଫେଡ)ର ଖୁଚୁରା ଆଉଟଲେଟ୍‌ ଚଣା ଡାଲିକୁ ବିକ୍ରି କରୁଛନ୍ତି । ‘ଭାରତ ଡାଲ୍‌’ର ଶୁଭାରମ୍ଭ ସହିତ ସରକାର ନିଜର ଚଣା ଷ୍ଟକରୁ ଡାଲି ଆଣି ଉପଭୋକ୍ତାଙ୍କୁ ଶସ୍ତା ଦରରେ ଯୋଗାଇ ଦେବା ଲାଗି ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ନାଫେଡ୍‌ ଦ୍ୱାରା ଚଣା ଡାଲିର ମିଲିଂ ଓ ପ୍ୟାକେଜିଂ ଦିଲ୍ଲୀ ଏନସିଆରରେ ନିଜ ଖୁଚୁରା ଦେକାନ ଏବଂ ଏନସିସିଏଫ, କେନ୍ଦ୍ରୀୟ ଭଣ୍ଡାର ତଥା ସଫଳ ଆଉଟଲେଟ୍‌ ମାଧ୍ୟମରେ ବିତରଣ କରାଯାଇଥାଏ। ଏହି ବ୍ୟବସ୍ଥା ଅଧୀନରେ, ରାଜ୍ୟ ସରକାରମାନଙ୍କୁ ଚଣା ଡାଲି ମଧ୍ୟ ଯୋଗାଇ ଦିଆଯାଇଛି। ଯାହାକୁ ସେମାନେ ନିଜର କଲ୍ୟାଣକାରୀ ଯୋଜନା, ପୁଲିସ, ଜେଲ ଏବଂ ଉପଭୋକ୍ତା ସମବାୟ ଦୋକାନଗୁଡ଼ିକୁ ବିତରଣ କରିପାରିବେ। ଦିଲ୍ଲୀ-ଏନସିଆରରେ ଜାତୀୟ କୃଷି ସମବାୟ ବିପଣନ ମହାସଂଘର (ନାଫେଡ)ର ଖୁଚୁରା ଆଉଟଲେଟ୍‌ ଚଣା ଡାଲିକୁ ବିକ୍ରି କରୁଛନ୍ତି । ‘ଭାରତ ଡାଲ୍‌’ର ଶୁଭାରମ୍ଭ ସହିତ ସରକାର ନିଜର ଚଣା ଷ୍ଟକରୁ ଡାଲି ଆଣି ଉପଭୋକ୍ତାଙ୍କୁ ଶସ୍ତା ଦରରେ ଯୋଗାଇ ଦେବା ଲାଗି ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ନାଫେଡ୍‌ ଦ୍ୱାରା ଚଣା ଡାଲିର ମିଲିଂ ଓ ପ୍ୟାକେଜିଂ ଦିଲ୍ଲୀ ଏନସିଆରରେ ନିଜ ଖୁଚୁରା ଦେକାନ ଏବଂ ଏନସିସିଏଫ, କେନ୍ଦ୍ରୀୟ ଭଣ୍ଡାର ତଥା ସଫଳ ଆଉଟଲେଟ୍‌ ମାଧ୍ୟମରେ ବିତରଣ କରାଯାଇଥାଏ। ଏହି ବ୍ୟବସ୍ଥା ଅଧୀନରେ, ରାଜ୍ୟ ସରକାରମାନଙ୍କୁ ଚଣା ଡାଲି ମଧ୍ୟ ଯୋଗାଇ ଦିଆଯାଇଛି। ଯାହାକୁ ସେମାନେ ନିଜର କଲ୍ୟାଣକାରୀ ଯୋଜନା, ପୁଲିସ, ଜେଲ ଏବଂ ଉପଭୋକ୍ତା ସମବାୟ ଦୋକାନଗୁଡ଼ିକୁ ବିତରଣ କରିପାରିବେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.