ଓଏସ୍ଓୟୁରେ ପାଠ୍ୟକ୍ରମ ବନ୍ଦ ହେବା ଆଶଙ୍କା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍ଓୟୁ) ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ବନ୍ଦ ହେବା ଆଶଙ୍କା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ପରିପ୍ରେକ୍ଷୀରେ ବିଶ୍ବବିଦ୍ୟାଳୟର ବିଜେବି କଲେଜ ଷ୍ଟଡି ସେଣ୍ଟର ସାମ୍ବାଦିକତା ପାଠ୍ୟକ୍ରମ ପୁରାତନ ଛାତ୍ରଛାତ୍ରୀମାନେ ଆଜି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ମାନ୍ୟବର ମନ୍ତ୍ରୀ ଶ୍ରୀ ନାୟକ ଛାତ୍ରଛାତ୍ରୀଙ୍କ ଦାବି ଉପରେ ଅନୁଧ୍ୟାନ କରି ଯଥାଶୀଘ୍ର ରାଜ୍ୟ ସରକାର ଏ ସମ୍ପର୍କରେ ଉଚିତ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.