ନୂଆପଡ଼ା : ପିଶାଚ ବାପାର ନାରକୀୟ କାଣ୍ଡ

ନାବାଳିକା ଝିଅକୁ ତଣ୍ଟି ଚିପି ମାରିଲା ବାପା

ଓଡ଼ିଆ ବାର୍ତ୍ତା/ ନୂଆପଡ଼ା (ରାହୁଲ ବାଗ): ପାରିବାରିକ କଳହର କରୁଣ ପରିଣତି | ପିଶାଚ ବାପା ନାରକୀୟ କାଣ୍ଡ ଘଟାଇ ଝିଅକୁ ତଣ୍ଟି ଚିପି ହତ୍ୟା କରିଛି । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଝିଅର ମୃତଦେହକୁ ଜବତ କରିବା ସହ ପିଶାଚ ବାପାକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ପ୍ରକାଶ ଯେ ଗତ କାଲି ଅପରାହ୍ନରେ କେନ୍ଦୁବାହାରା ଗାଁର ଗଜାନନ୍ଦ ମାଝୀ(୩୮) ମଦ ପିଇ ଘରକୁ ଯାଇଥିଲେ । ଏହି ସମୟରେ ସ୍ତ୍ରୀ ଗୋପପୁରୀ ମାଝୀ (୩୫)ଙ୍କ ସହ ଯୁକ୍ତିତର୍କ ହୋଇଥିଲା । ପରେ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ବଢି ଯାଇଥିଲା । ସେଠାରେ ନିଷାଶକ୍ତ ବାପା ୧୩ ବର୍ଷର ନିଜର ନାବାଳିକା ଝିଅକୁ ତଣ୍ଟି ଚିପି ହତ୍ୟା କରିଥିଲା । ଆଜି ସକାଳୁ ଧରମବନ୍ଧା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପିଶାଚ ବାପାକୁ ଥାନାରେ ଅଟକ ରଖି ପଚରା ଉଚୁରା ଚଳାଇଥିବା ଧରମବନ୍ଧା ଆଇଆଇସି ବିନୋଦ ବିହାରୀ ସେଠୀ ସୂଚନା ଦେଇଛନ୍ତି ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.