ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କଳାହାଣ୍ଡି ଜିଲ୍ଲା କୋକସରା ଥାନା ଧର୍ମଗଡ଼ ରେଞ୍ଜ ଅଧୀନ ନୂଆଗୁଡା ନାଗପଡା ଗ୍ରାମର ବୃଦ୍ଧ ଦନାର ସୁନାନୀ (୭୪) ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳୁ ଗ୍ରାମ ନିକଟସ୍ଥ ଚଞ୍ଚରା ଭଟା ଆଡକୁ ଦନାର ଶୌଚ ପାଇଁ ଯାଇଥିବା ବେଳେ ଦୁଇଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ଭାଲୁ ଆକ୍ରମଣ କରୁଥିବା ଦେଖି ସ୍ଥାନୀୟ ଯୁବକ ମାନେ ଭାଲୁକୁ ଘୋଉଡାଇ ଦେଇ ବୃଦ୍ଧଙ୍କୁ ଉଦ୍ଧାର କରି ପରିବାର ବର୍ଗଙ୍କୁ ଖବର ଦେଇଥିଲେ। ପରେ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ଧର୍ମଗଡ଼ ରେ ଭର୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ।ତେବେ ଚିକିତ୍ସା ପରେ ଦନାରଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍ ରହିଥିବା ଜଣାପଡିଛି। ଦିନକୁ ଦିନ ଜଙ୍ଗଲ କ୍ଷୟ ହେବାରୁ ଖାଦ୍ୟ ଅନ୍ୱେଷଣରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଥିବା ଅନୁମେୟ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.