ବିନିକା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ବିମଲେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୯୨ ଗୋଟି, ସାମୁହିକ ଦରଖାସ୍ତ ୧୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୧୦ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତକୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଶିବିରରେ ଜିଲ୍ଲାପାଳ ରାୟ ବିନିକା ବ୍ଲକ ଅନ୍ତର୍ଗତ ନନ୍ଦନମାଲ ଗ୍ରାମର ଭିନ୍ନକ୍ଷମ ଦମ୍ପତି ପାଣ୍ଡବ ବାଗ ଓ ପାର୍ଥବୀ ଅଦାବର ଙ୍କୁ ଟ.୨,୫୦,୦୦୦ (ଦୁଇ ଲକ୍ଷ ପଚାଶ ହଜାର) ଟଙ୍କାର ବିବାହ ପ୍ରୋତ୍ସାହନ ଅର୍ଥରାଶି ନିମନ୍ତେ ଚେକ୍ ପ୍ରଦାନ କରିଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପ୍ରଶାସନ) ଜିଲ୍ଲା ପରିଷଦ ସନତ କୁମାର ନାୟକ, ବ୍ଲକ ଉପାଧ୍ୟକ୍ଷ ନିର୍ମଳ ଶାଣ୍ଢ, ଅଧିକ୍ଷଣ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଉପ ଶ୍ରମ ନିର୍ଦ୍ଦେଶକ ଡିଲେଶ୍ୱର ଖାଖା, ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.