ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡା ଜିଲ୍ଲା ସଦର ବ୍ଲକର ପିତାମହଲ ସ୍ଥିତ ସ୍ଥାନୀୟ ଆଶ୍ରମ ସ୍କୁଲ ପରିସରରେ ଲୋକ ମାନଙ୍କ ପାଇଁ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଜନ ମଙ୍ଗଳକାରୀ ଯୋଜନା ସମ୍ପର୍କିତ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ରାୟଗଡା ବିଡିଓ ଲକ୍ଷ୍ମୀ ନାରାୟଣ ସାବତ, ଏସ୍ଏସ୍ଏସ୍ଓ ସୀତାକାନ୍ତ ପାଣିଗ୍ରାହି, ଆଇନଜୀବୀ ସୀତାରାମ ପଣ୍ଡା, ବାବୁ ରାଜଗୁରୁ ଓ ଆଶ୍ରମ ସ୍କୁଲର ଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ l ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଅଂଶଗ୍ରହଣକାରୀ ମାନଙ୍କୁ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ସଂପର୍କରେ ବିସ୍ତୂତ ଭାବରେ ଅବଗତ କରାଇବା ସଙ୍ଗେ ସଙ୍ଗେ ଏହି ଯୋଜନାରେ ହିତାଧିକାରୀ ମାନେ କିପରି ନିଜକୁ ପଞ୍ଜକୃତ କରାଇ ଯୋଜନାର ସୁଫଳ ଉପଲବ୍ଧ କରିପାରିବେ ସେ ସଂପର୍କରେ ଅବଗତ କରାଇଥିଲେ l ସର୍ବୋପରି ଏହି କାର୍ଯ୍ୟକ୍ରମରେ ପିତାମହଲ ପଂଚାୟତର ସରପଞ୍ଚ ଓ ଲୋକମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡାଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.