ନର୍ଲାରେ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁ ଦିବସ ଓ ପ୍ରାଥମିକ ଶିକ୍ଷକ ଭବନ ଲୋକାର୍ପଣ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଆଜି ଗୁରୁଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ଏହି ବିଶେଷ ଦିବସକୁ ଦେଶସାରା ପ୍ରବଳ ଉତ୍ସାହ ଉଦ୍ଦୀପନା ମଧ୍ୟରେ ପାଳନ କରାଯାଉଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗୁରୁ ଦିବସକୁ ଆଡ଼ମ୍ବର ସହକାରେ ପାଳନ କରିଛନ୍ତି କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ। ଏନେଇ ନର୍ଲା ସ୍ଥିତ ପ୍ରାଥମିକ ଶିକ୍ଷକ ସଂଘ ଭବନ ପରିସରରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ବିଶିଷ୍ଟ ଅତିଥି ଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ବକ୍ତା ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୂଳ ସଚୀବ ନୃପରାଜ ସାହୁ, ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ପୂର୍ବତନ ମନ୍ତ୍ରୀ ତଥା କଳାହାଣ୍ଡି ଜିଲ୍ଲା ବିଜେଡ଼ି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ, ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, କଳାହାଣ୍ଡି ଡିଇଓ ସୁଶାନ୍ତ କୁମାର ଚୋପଦାର, ନର୍ଲା ବିଇଓ ତପିମଣି ଜାନି ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମେ ନର୍ଲା ପ୍ରାଥମିକ ଶିକ୍ଷକ ଭବନ ଉଦଘାଟନ ହେବାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୁରେନ୍ଦ୍ର ମୋହନ ଯୋଷୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ସାଧାରଣ ସମ୍ପାଦକ ଧିରେନ୍ଦ୍ର କୁମାର ପଟ୍ଟନାୟକ ସମ୍ପାଦକୀୟ ବିବରଣୀ ପଠନ ଓ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ନର୍ଲା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ମିନକେତନ ସାହୁ ଓ ବ୍ଲକ ସାଧାରଣ ସମ୍ପାଦକ ଅମିତ କୁମାର ଶର୍ମାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା କରିଥିଲେ ଶିକ୍ଷୟିତ୍ରୀ ପ୍ରିତିନନ୍ଦା ପ୍ରଧାନ । ଏହି ଅବସରରେ ଜିଲ୍ଲାର ପ୍ରତ୍ୟେକ ବ୍ଲକରୁ ଜଣେ ଲେଖାଏଁ ଅବସରପ୍ରାପ୍ତ ଶିକ୍ଷକ ଓ ୧୩ ଗୋଟି ବ୍ଲକରୁ ୧୭ ଜଣ କୃତି ଶିକ୍ଷକ; ସଂଯୁକ୍ତା ରାଣୀ ବେହେରା, ଟଙ୍କଧର ସାହା, ନରେନ୍ଦ୍ର ବାଗ, ଯୋଗୀରାମ ସାହୁ, ନିର୍ମଳ ବାରିକ, ବିଜୟ କୁମାର ନାୟକ, ସୋମେଶ୍ୱର ସାହୁ, ମୋହନ ମୁଣ୍ଡ, ଅର୍ଚ୍ଚନା ମିଶ୍ର, ବିମ୍ବାଧର ମୁଣ୍ଡ, ସୁରେନ୍ଦ୍ର ପ୍ରଧାନ, ମନୋଜ କୁମାର ପ୍ରଧାନ, ରାମାନୁଜ ମୁଣ୍ଡ, ରମେଶ ଚନ୍ଦ୍ର ସେନାପତି, ରତ୍ନାକର ତାଣ୍ଡୀ, ଉଗ୍ରସେନ ନାଏକ, ଗୋପାଳ ଅଗସ୍ତି ପ୍ରମୁଖ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ସମସ୍ତଙ୍କ ମନ ମୋହିଥିଲା। ନର୍ଲା ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ସଦସ୍ୟ ଓ କାର୍ଯ୍ୟକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.