ବୀରମହାରାଜପୁରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର 

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର : (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୬୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୬ ଗୋଟି ଓ ସାମୁହିକ ଦରଖାସ୍ତ ୮ ଗୋଟି ଗ୍ରହଣ କରାଯାଇ ଥିବା ବେଳେ ୮ ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l

ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଡ଼ ବିଭୁତି ଭୂଷଣ ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଡିଇଓ ଲକ୍ଷ୍ମଣ ଭୋଇ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ନିର୍ବାହୀ ଯନ୍ତ୍ରୀ ଆରଡି ବି.ନରେନ. କେ.ରେଡ୍ଡୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡିଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ କୁମାର ବେହେରା, ନିର୍ବାହୀ ଯନ୍ତ୍ରୀ ତେଲ ଡିଭିଜନ ଇଂ ଜିତେନ୍ଦ୍ର ପାଢ଼ୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ କାର୍ଯ୍ୟକ୍ରମ ଅଧିକାରୀ ଡି ଏସ ଡବ୍ଲୁ ଓ ଅନିତା ଗୁରୁ ଙ୍କ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା  ଶାନ୍ତି ଲୁହା, ଉପାଧକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଶିବିରରେ ଯୋଗଦାନ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.