ଉର୍ଲାଦାନୀ ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ସମ୍ମିଳନୀ

ଶିଶୁ ପାଇଁ ଶିକ୍ଷା ଏକାନ୍ତ ଆବଶ୍ୟକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ହେମନ୍ତ ସାହୁ): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଉର୍ଲାଦାନୀ ଆଶ୍ରମ ବିଦ୍ୟାଳୟଠାରେ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମା ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନୀତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ କମ୍ବୁପାଣି ମିଶ୍ର, ଏବିଇଓ ଜୟସେନ୍ ନିଆଲ୍, ଉର୍ଲାଦାନୀ ସରପଞ୍ଚ ସୁପ୍ରିୟା ମାଝୀ, ସମିତି ସଭ୍ୟା ମନସ୍ଵିନୀ ରଣା, ପରିଚାଳନା କମିଟିର ଉପ ସଭାପତି ମଦନାବତୀ ମାଝୀ ଯୋଗ ଦେଇଥିଲେ । ଅତିଥିମାନଙ୍କ ଦ୍ଵାରା ପୂଜାର୍ଚ୍ଚନା ପରେ ଆଶ୍ରମର ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ଶତପଥୀ ବିବରଣୀ ପଠନ କରିଥିଲେ। ସଭାକାର୍ଯ୍ୟ ପରେ ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଏହି ଅବସରରେ ବିଭିନ୍ନ ବିଭାଗ ଯଥା ମିଶନ ଶକ୍ତି, ସେବାଜଗତ, ସମାଜ ମଙ୍ଗଳ, ଉଦ୍ୟାନ ବିଭାଗ, ପକ୍ଷରୁ ଷ୍ଟଲ୍ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ପ୍ରଦର୍ଶିତ ହେଇଥିଲା । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ହେମକାନ୍ତ ଭୋଇ, ନୀଳ ମାଧବ ନାଏକ, ଅନୁପ କୁମାର ଜେନା, ଶ୍ରଦ୍ଧାଞ୍ଜଳୀ ନାଏକ ପ୍ରମୁଖ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.