ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ସୁବର୍ଣ୍ଣପୁରରେ ଜିଲ୍ଲl ସ୍ତରୀୟ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି ସଭାରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ଗାନ୍ଧିଜୀ ଓ ଶାସ୍ତ୍ରୀଜିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ସେବା କରିବା ପାଇଁ ଉଦବୋଧନ ଦେଇଥିଲେ l ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଅଞ୍ଜଳିନା ପଧାନ ଯୋଗ ଦେଇଥିବା ବେଳେ ବକ୍ତା ଭାବରେ ବିନିକା ସିଦ୍ଧାର୍ଥ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଧୀରେନ୍ଦ୍ର କୁମାର ନାୟକ ଏବଂ ବିଶିଷ୍ଟ ସାହିତ୍ୟିକ ଲେଖକ ଦୀପକ ରଞ୍ଜନ ମିଶ୍ର ଯୋଗଦେଇ ଗାନ୍ଧୀ ଏବଂ ଶାସ୍ତ୍ରୀଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ l ଶିକ୍ଷକ ପୁଷ୍ପକ ରାୟ, ପ୍ରତିଦିପ୍ତ ରାୟ ପ୍ରମୁଖ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ତେନେ କହିଏ ଓ ରଘୁପତି ରାଘବ ରାଜାରାମ ପରିବେଷଣ କରିଥିଲେ l ସର୍ବଧର୍ମ ପ୍ରାର୍ଥନା ସଭାରେ ପାଷ୍ଟର ଲାଲମୋହନ ଦିଗାଲ୍ ପବିତ୍ର ବାଇବଲ୍, ଜନାବ ମହମ୍ମଦ ରଫିକ କୋରାନ୍, ଧିମାନ ସୁରେଶ୍ ବାଗ ବୌଦ୍ଧ ଧର୍ମଗ୍ରନ୍ଥ ଏବଂ ପଣ୍ଡିତ ଲକ୍ଷ୍ମୀନାରାୟଣ ପୂଜାରୀ ଭଗବତ ଗୀତା ଅବୃତ୍ତି କରିଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ସଭାରେ ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଏବଂ ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଗାନ୍ଧୀ ପ୍ରେମୀ ଜନସାଧାରଣ, ବରିଷ୍ଠ ନାଗରିକ ସଂଘର କର୍ମକର୍ତ୍ତା ଯୋଗଦେଇଥିଲେ l ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିଲେ l ପ୍ରାତଃ ସମୟରେ ସହରରେ ରାମଧୁନ ପରିବେଷଣ କରିବା ସହିତ ଗାନ୍ଧୀ ମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.