ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନବୀନ କିଶୋର ସାହୁ): କର୍ଲାମୁଣ୍ଡା ଵ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟ କ୍ରମରେ ଉପ କଳାହାଣ୍ଡି ଜିଲ୍ଲାପାଳ ଡ଼ଃ ବିଶ୍ୱଜିତ୍ ଦାସ, ବ୍ଲକ୍ ଅଧ୍ୟକ୍ଷା କୁନି ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତା ମୁଗ୍ରି, ତହସିଲଦାର ମିଳନ କୁମାର ଝାଙ୍କରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।