ଶିଶୁସୁରକ୍ଷା ବିଶେଷଜ୍ଞ କମିଟିର ସୋନପୁର ଉପକାରାଗାର ପରିଦର୍ଶନ

ଓଡ଼ିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଓଡ଼ିଶା ସରକାରଙ୍କ ଗୃହ ବିଭାଗ ଦ୍ଵାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା) ଓ ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା କୁମଦିନି ମୁଦୁଲିଙ୍କ ତତ୍ତ୍ଵାବଧାନରେ କମିଟିର ପ୍ରଫେସର୍ ନିଲାମ୍ୱର ଶତପଥୀ, ଅବକାଶ ମିଶ୍ର, ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ର ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉକ୍ତ କାରାଗାରକୁ ପରିଦର୍ଶନ କରିଥିଲେ। ଏହି ଅବସରରେ କମିଟି ପକ୍ଷରୁ କାରାଗାରର ଅନ୍ତେବାସୀଙ୍କ ସହିତ ଆଇନ ରେ ଥିବା ବ୍ୟବସ୍ଥା ବିଷୟରେ ଆଲୋଚନା କରିବା ସହ ଆଇନ ସହିତ ଦ୍ଵନ୍ଦ ରେ ଥିବା ଶିଶୁ ଚିହ୍ନଟ କରିଥିଲେ। କିନ୍ତୁ ଏଥିରେ କୌଣସି ଆଇନ ସହ ଦ୍ଵନ୍ଦରେ ଥିବା ଶିଶୁ ପାଇ ନ ଥିଲେ। ଉକ୍ତ ପରିଦର୍ଶନ ସମୟରେ ଉପକାରାଗାରର ଅଧ୍ୟକ୍ଷ ଡିଲେଶ୍ୱର ଜେନା ଉପସ୍ଥିତ ରହି ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.