ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ରାୟଗଡା (ଶିବ ନାରାୟଣ ଗୈାଡ): ରାୟଗଡାରେ ଅନୁଷ୍ଠିତ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୭୬୦ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୫୬୧୩୯୦୦ ଟଙ୍କା ଆଦାୟ ହୋଇଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଶନିବାର ଚତୁର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁରରେ ଦୀର୍ଘ ଦିନ ଧରି ପଡିରହିଥିବା ୨୯୨ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ୫୫୧୨୪୦୦ ଟଙ୍କା, ରାଜସ୍ବ ସମ୍ବନ୍ଧିତ ୧୪୬୧ଟି ମାମଲା ଫଇସଲା ଜୋରିମାନା ବାବଦକୁ ୩୧୯୦୦ ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୭ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ୬୯୬୦୦ ଟଙ୍କା ଆଦାୟ ହୋଇଛି। ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ସତ୍ୟନାରାୟଣ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା। ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ନିବେଦିତା ପଣ୍ଡା ପରିଚାଳନା କରିଥିଲେ। ଏଥିରେ ପରିବାର ଅଦାଲତର ବିଚାରପତି ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟର ବିଚାରପତି ଶ୍ରୀମତି ଶୋନଲ ସର୍ମା, ରେଜିଷ୍ଟର ଦେବିଜ୍ୟୋତି ମହାପାତ୍ର, ସବ୍ ଜଜ୍ ସୋମ୍ୟରୂପ ସାହୁ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ୍ୟ ନ୍ୟାୟଧିକାରୀ ଚନ୍ଦନ କୁମାର ଦେହୁରୀ ପ୍ରମୁଖ ଯୋଗଦେଇଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତର କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.