ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଅଭିଯୋଗ ଶିବିର

ଓଡ଼ିଆ ବାର୍ତ୍ତା/ ନୂଆପଡା (ରାହୁଲ ବାଗ): ନୂଆପଡା ଜିଲ୍ଲା ସଦର ବ୍ଲକ ଠାରେ ବ୍ଲକ ସ୍ତରୀୟ ଜନଶୁଣାଣୀ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ନୂଆପଡା ବିଡ଼ିଓ ବିପିନ ବିହାରୀ ଦୀପ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଜନଶୁଣାଣି ଶିବିରରେ ଜିଲ୍ଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝୀ, ଭରତ ଲାଲ ରାଉତ, ଉମା ଠାକୁର, ନୂଆପଡା ପଂଚାୟତ ସମିତି ଅଧକ୍ଷା ତାରେଶ୍ବରୀ ସାହୁ, ପଂଚାୟତ ସମିତି ଉପାଧକ୍ଷ ଦିଲୀପ ନିର୍ମଲକର, ଜିଲ୍ଲା ମନରେଗା ସଂଯୋଜକ ବିମଲ କୁମାର, ଆଇନଜୀବୀ ଧନୀରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସାମାଜିକ ସମୀକ୍ଷାର ଜନଶୁଣାଣି ୨ୟ ପର୍ଯ୍ୟାୟ ଯାହାକି ୨୦୨୨ ମସିହା ଅକ୍ଟୋବର ୧ ତାରିଖରୁ ୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମୟର ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ପଞ୍ଚଦଶ ଆର୍ଥିକ ଆୟୋଗର ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ କି ନୂଆପଡା ବ୍ଲକର ଜବ କାର୍ଡଧାରୀ ଓ ଲୋକ ପ୍ରତିନିଧି ଯୋଗ ଦେଇଥିଲେ। ଏହା ସହିତ ଏହି କାର୍ଯ୍ୟକ୍ରମରେ ନୂଆପଡା ବ୍ଲକର ସମସ୍ତ ଜେ.ଇ, ପି.ଇ.ଓ, ଜି.ଆର.ଏସ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.