ବିଶ୍ୱନାଥପୁର ମାଁ ହିରାନୀଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଉଦଯାପିତ ହେଲା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ସ୍ଥିତ ମାଁ ହିରାନୀଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ସପ୍ତାହ ବ୍ୟାପୀ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ତରଫରୁ ଚାଲିଥିବା ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ମାଁ ହିରାନୀଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ କଙ୍କନ କୁମାର ରାଏଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ମାଁ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରସନ୍ନ କୁମାର ସାହୁ, ସମ୍ମାନୀତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ନମିତା ରାଣୀ ଭୋଇ, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ଛାତ୍ରଛାତ୍ରୀମାନେ ସେମାନଙ୍କ କୌଶଳ ଏବଂ କଳାତ୍ମକ ଦକ୍ଷତା ପ୍ରଦର୍ଶନ ସହ ସପ୍ତାହ ବ୍ୟାପୀ ପ୍ରତ୍ୟହ ସାଂସ୍କୃତିକ, କ୍ରୀଡ଼ା, ସାମାଜିକ ଓ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଆସୁଥିଲା। ତେବେ ଏହି ଅବସରରେ ଆଜି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଏଥିରେ ମାଁ ହିରାନୀଳା ମାଧ୍ୟମିକ ବିଦ୍ୟାଳୟର ୪୫୦ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ସ୍କାଉଟ ଗାଇଡ୍ ଶିକ୍ଷକ କିଶୋର କୁମାର ଘଡେ଼ଇ ପରିଚାଳନା କରିଥିବା ବେଳେ ଖେଳ ଶିକ୍ଷକ ସରୋଜ କୁମାର ନାୟକ, ଅଧ୍ୟାପକ ତଥା ନୋଡାଲ ଅଫିସର ଶରତ କୁମାର ମହାପାତ୍ର ଚିତ୍ତରଞ୍ଜନ ବାରିକ, ଜଗତରାମ ନାଏକ, ପ୍ରଧ୍ୟାପକ ସଞ୍ଜୟ କୁମାର ସିଂ, ଭୁବନ ମୋହନ ସାହୁ, ସୁଦର୍ଶନ ପାତ୍ର, ମାଧ୍ୟମିକ ବିଦ୍ୟାଳୟ କର୍ମଚାରୀ ଟଙ୍କଧର ଦଣ୍ଡସେନା, ପି.ଆନନ୍ଦ ରାଓ, ଜୟରାମ ପାଢ଼ୀଙ୍କ ସମେତ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.