ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୬ ଗୋଟି ବ୍ୟକ୍ତିଗତ ଓ ୧ ଗୋଟି ସାମୁହିକ ଦରଖାସ୍ତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡିଓ ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପିଡି ଡୁଡା ବାରିକ, ଜିଲ୍ଲା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ ଦୁର୍ଗା ପ୍ରସାଦ ଦାଶ, ଅଧିକ୍ଷକ ଯନ୍ତ୍ରୀ ପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଡିଡବ୍ଲୁଓ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ନିର୍ବାହୀ ଯନ୍ତ୍ରୀ ଟିପି ଓ ଡବ୍ଲୁ ଓ ଡି ଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲଆଇ ଇଂ ପ୍ରଫୁଲ୍ଲ ବେହେରା, ତହସିଲଦାର ସୋନପୁର ଡ. ସୋମ୍ୟାରୁପା ରଥ,  ମନୋରଞ୍ଜନ ପଣ୍ଡା, ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.