ରାକ୍ସି ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ରାକ୍ସି ପଞ୍ଚାୟତଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୪ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଏକ ଭବ୍ୟ ମଶାଲ ଯାତ୍ରା ଅନୁଷ୍ଠିତ ହୋଇଥିଲା। ରାକ୍ସି ସରପଞ୍ଚ ଯେମନ୍ତ ପୋଢଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନର୍ଲା ଜିଲ୍ଲା ପରିଷଦ ସଦସ୍ୟ ହରିଶଙ୍କର ମାଝୀ, ସମ୍ମାନୀତ ଅତିଥି ଭାବରେ ସମିତି ସଭ୍ୟ ଚୁମନ ଭୋଇ, ରାକ୍ସି ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସତ୍ୟ ରଞ୍ଜନ ସ୍ବାଇଁ ମଞ୍ଚାସୀନ ଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମର ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କଳାହାଣ୍ଡିର ବୀରବାଦ୍ୟ ଘୁମୁରା ସହ ଅନେକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇଥିଲେ ଦର୍ଶକ। ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ସଭାପତି ସଞ୍ଜୟ ଧଙ୍ଗଡ଼ାମାଝୀ ମଞ୍ଚ ପରିଚାଳନା କରିଥିବାବେଳେ ଗ୍ରାମ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଶହଶ୍ରାଂଶୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପଞ୍ଚାୟତର କର୍ମଚାରୀମାନେ ସହଯୋଗ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.