ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୋଲାମୁଣ୍ଡାଠାରେ ଅଧ୍ୟୟନରତ +୨ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଉଦ୍ଧିଷ୍ଟ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ ହୋଇ ଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି ଅଷ୍ଟ ଦିବସୀୟ କାର୍ଯ୍ୟକ୍ରମର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଲାମୁଣ୍ଡା ଥାନା ଅଧିକାରୀ ଶ୍ୱେତପଦ୍ମା ସେଠ୍ ଯୋଗଦେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଛାତ୍ରୀମାନଙ୍କର ଆତ୍ମ ବିଶ୍ୱାସ ବୃଦ୍ଧି କରିବ ବୋଲି ମତ ଦେବା ସହ ସାହସର ସହିତ ଆସନ୍ନ ବିପଦ କୁ ମୁକାବିଲା କରିବାକୁ ପ୍ରଶିକ୍ଷାର୍ଥୀଙ୍କୁ ଆହ୍ବାନ ଦେଇଥିଲେ। ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ କବି ପ୍ରସାଦ ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ମଞ୍ଚ ପରିଚାଳନା କରିଥିଲେ। ନୋଡାଲ ଅଧିକାରୀ ପ୍ରାଧ୍ୟାପକ ସରୋଜ କାନ୍ତ ରଥ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପିକା ଶୋଭାଗିନୀ ନାୟକ ଓ ପ୍ରିୟମ୍ବଦା ରଥ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମାଷ୍ଟର ପ୍ରଶିକ୍ଷକ ଭାବରେ ସୋନାଲି ପଣ୍ଡା ଓ ରୋଲିଆନା ସିପକା ୮୧ ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ନୋଡାଲ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.