ଆରବିଆଇ ପକ୍ଷରୁ ବାଲସିଙ୍ଗା ଗ୍ରାମ ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା “ସାଧନ ନୂଆଦିଲ୍ଲୀ” ଓ “ସମ୍ପର୍କ ଫିନ୍ ସର୍ଭିସେସ୍” ଭୁବନେଶ୍ୱରର ମିଳିତ ସହଯୋଗରେ ନର୍ଲା ବ୍ଲକର ବାଲସିଙ୍ଗା ଗ୍ରାମ ପଞ୍ଚାୟତ ସଭାଗୃହ ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଵାଲସିଙ୍ଗା ସମିତି ସଦସ୍ୟ ଧନୁର୍ଯ୍ୟ ବାହୁକ, ଗ୍ରାମପଞ୍ଚାୟତ ପିଇଓ ପ୍ରଦୀପ ସାହୁ, ଆଇଆଇଏଫଏଲ ବ୍ୟାଙ୍କ ପରିଚାଳକ ସୁନୀଲ କୁମାର ପଧାନ, ଶେଖର ମିଶ୍ର, ଏମବିକେ ସୁରୁଚି ମାଝୀ ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣକାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ରରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା । ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ । କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ସୁନୀଲ କୁମାର ପଧାନ ଓ ମମିତା ପୁଝାରୀ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ । ପୂର୍ଣ୍ଣମୀ ବଗର୍ତ୍ତି ଓ ଗ୍ରାମ ପଞ୍ଚାୟତର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୬୫ ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.