କଲମପୁର ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ଓଡିଆ ବାର୍ତ୍ତା/ କଲମପୁର (ଶରତ ଚନ୍ଦ୍ର ସୁନାନୀ): ଓଡ଼ିଆ ଭାଷାରେ ଛାତ୍ରଛାତ୍ରୀ କିଭଳି ଦୁର୍ବଳ ନହୋଇ ବିଶ୍ୱ ଦରବାରରେ ଓଡ଼ିଆ ଭାଷାକୁ ଏକ ସ୍ବତନ୍ତ୍ର ପରିଚୟ ଦେବାର ପ୍ରୟାସ କରିଛନ୍ତି ଓଡ଼ିଶା ସରକାର l ନୂଆ-ଓ ମାଧ୍ୟମରେ ଓଡ଼ିଶାର ପ୍ରତ୍ୟେକ ମହାବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ସାହିତ୍ୟ ସମ୍ମନ୍ଧିୟ ପ୍ରବନ୍ଧ,ବକୃତା ଓ ସଙ୍ଗୀତ ସହ ବିଭିନ୍ନ ପ୍ରତିଯୋଗିତା ଏକ ସପ୍ତାହ ଧରି ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଆସୁଛି । ସେହିପରି ଆଜି କଳାହାଣ୍ଡି ଜିଲ୍ଲା କଲମପୁର ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ଗତ ତା.୧୬.୧.୨୪ ରିଖ ଠାରୁ ଆରମ୍ଭ ହୋଇ ଆଜି ଅର୍ଥାତ ତା.୨୫.୧.୨୦୨୪ ରିଖ ଦିନ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସର ପ୍ରାପ୍ତ ଅଧ୍ୟକ୍ଷ ବିବେକାନନ୍ଦ ଠାକୁର ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ଚିଲିଗୁଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ମାନସ ରଞ୍ଜନ ପଣ୍ଡା ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ ଓ ଛାତ୍ରଛାତ୍ରୀ ମାନଙ୍କୁ ସାହିତ୍ୟ ସମ୍ମନ୍ଧୀୟ ଅନେକ ବାଣୀ ପ୍ରଦାନ କରିଥିଲେ ଓ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଦେଇ ପୁରସ୍କୃତ କରିଥିଲେ।ଏହି ଅବସରରେ ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ l ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଧନଞ୍ଜୟ ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପକ ବିଭୁତି ଭୁଷଣ ପଟ୍ଟନାୟକ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ l

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.