ଗୁଣ୍ଡୁରି ଗ୍ରାମପଞ୍ଚାୟତରେ ନୂଆ ଓଡ଼ିଶା-ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡୁରି ଗ୍ରାମପଞ୍ଚାୟତଠାରେ ଆଜି ନୂଆ ଓଡ଼ିଶା-ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବିଡ଼ିଓ ଶଶଙ୍କ ପାତ୍ର, ସମ୍ମାନିତ ଅତିଥି ଭାବେ ସମାଜସେବୀ ହରିଶଙ୍କର ପାତ୍ର, ସମିତି ସଭ୍ୟା ପଦ୍ମିନୀ ରାଉତ, ନାଏବ ସରପଞ୍ଚ କାନ୍ତି ମାଝୀ, ଯୋଗାଣ ଅଧିକାରୀ ଦିଲୀପ କୁମାର ନାଏକ ପ୍ରମୁଖ ଯୋଗ ଦେଇଥିଲେ। ସରପଞ୍ଚ ହରିପ୍ରିୟା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା। ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଭୁବନେଶ୍ୱର ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ଗାଁରୁ ଏକ ହଜାରରୁ ଉର୍ଦ୍ଧ୍ବ ଜନସାଧାରଣ ସାମିଲ ହୋଇଥିଲେ। ଗ୍ରାମ ରୋଜଗାର ସେବକ ବସନ୍ତ ନାଗ, ଯୋଗାଣ ସହାୟକ ବୈଜୟନ୍ତ ବିଶି, ଏମବିକେ ସମାଜସେବୀ ଉପେନ୍ଦ୍ର ରାଉତ, ଲଲିତ ସାହୁଙ୍କ ସମେତ ୱାର୍ଡସଭ୍ୟ, ସଭ୍ୟା, ସିଆରପି, ଆଶା, ଅଙ୍ଗନୱାଡ଼ି କର୍ମୀ, ମହିଳା ଗୋଷ୍ଠୀର ସଦସ୍ୟାଙ୍କ ସମେତ ବିଭିନ୍ନ ବିଭାଗର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ଗୋପାଳଦାସ ମହାନନ୍ଦ ସଭା ପରିଚାଳନା କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.